7ପୁଣି, ତାହାର ସ୍ୱାମୀ ତାହା ଶୁଣେ ଓ ସେ ତାହା ଶୁଣିବା ଦିନ ତୁନି ହୋଇ ରହେ; ତେବେ ତାହାର ମାନତ ସ୍ଥିର ହେବ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ସେହି ବ୍ରତ ସ୍ଥିର ହେବ।
8ମାତ୍ର ତାହାର ସ୍ୱାମୀ ତାହା ଶୁଣିବା ଦିନ ଯଦି ତାହାକୁ ନିଷେଧ କରେ, ତେବେ ସେ ତାହାର ମାନତ ଓ ଯଦ୍ଦ୍ୱାରା ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି, ତାହାର ମୁଖନିର୍ଗତ ସେହି ଚଞ୍ଚଳ ବାକ୍ୟ ବ୍ୟର୍ଥ କରିବ। ତହିଁରେ ସଦାପ୍ରଭୁ ତାହାକୁ କ୍ଷମା କରିବେ।
9ମାତ୍ର ବିଧବା କିମ୍ବା ସ୍ୱାମୀତ୍ୟକ୍ତା ସ୍ତ୍ରୀର ମାନତ ଓ ଯେକୌଣସି ବିଷୟରେ ସେ ଆପଣା ପ୍ରାଣକୁ ଆବଦ୍ଧ କରିଅଛି; ସେହି ସବୁ ତାହା ନିମନ୍ତେ ସ୍ଥିର ହେବ।
10ଆଉ ସେ ଯଦି ସ୍ୱାମୀର ଗୃହରେ ମାନତ କରିଥାଏ, ଅବା ଶପଥପୂର୍ବକ ବ୍ରତ ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କରିଥାଏ,
11ପୁଣି, ତାହାର ସ୍ୱାମୀ ତାହା ଶୁଣି ତାହା ପ୍ରତି ତୁନି ହୋଇ ରହେ ଓ ତାହାକୁ ନିଷେଧ ନ କରେ, ତେବେ ତାହାର ସମସ୍ତ ମାନତ ସ୍ଥିର ହେବ; ପୁଣି, ସେ ଯେଉଁସବୁ ପ୍ରତିଜ୍ଞା ଦ୍ୱାରା ଆପଣା ପ୍ରାଣକୁ ଆବଦ୍ଧ କଲା, ତାହାସବୁ ସ୍ଥିର ହେବ।