1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
3ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।