8ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍ ଇବି, ରେକମ୍, ସୂର୍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।
9ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।
10ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।
11ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
12ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।