11ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।
12ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।
13ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।
14ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
15ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?