ଗଣନା ପୁସ୍ତକ 31

ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।

Numbers 31:14 (UKJV) And Moses was angry with the officers of the host, with the captains over thousands, and captains over hundreds, which came from the battle.

12ପୁଣି, ସେମାନେ ଯିରୀହୋ ନିକଟବର୍ତ୍ତୀ ଯର୍ଦ୍ଦନ ତୀରସ୍ଥ ମୋୟାବ-ପଦାରେ ସ୍ଥାପିତ ଛାଉଣିକୁ ମୋଶାଙ୍କର, ଇଲୀୟାସର ଯାଜକର, ଇସ୍ରାଏଲ-ସନ୍ତାନଗଣର ସମସ୍ତ ମଣ୍ଡଳୀ ନିକଟକୁ ସେହି ବନ୍ଦୀମାନଙ୍କୁ, ଧୃତ ପ୍ରାଣୀମାନଙ୍କୁ ଓ ସକଳ ଲୁଟିତ ଦ୍ରବ୍ୟ ଆଣିଲେ।

13ତହିଁରେ ମୋଶା, ଇଲୀୟାସର ଯାଜକ ଓ ମଣ୍ଡଳୀର ଅଧ୍ୟକ୍ଷଗଣ ସେମାନଙ୍କୁ ଭେଟିବାକୁ ଛାଉଣିର ବାହାରକୁ ଗଲେ।

14ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍‍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।

15ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?

16ଦେଖ, ଏମାନେ ବିଲୀୟମ୍‍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.