14ସେତେବେଳେ ମୋଶା ଯୁଦ୍ଧକ୍ଷେତ୍ରରୁ ଆଗତ ସେନାପତିମାନଙ୍କ ପ୍ରତି, ଅର୍ଥାତ୍, ସହସ୍ରପତି ଓ ଶତପତିମାନଙ୍କ ପ୍ରତି କ୍ରୋଧ କଲେ।
15ଆଉ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ କି ସମସ୍ତ ସ୍ତ୍ରୀଲୋକଙ୍କୁ ଜୀବିତ ରଖିଅଛ?
16ଦେଖ, ଏମାନେ ବିଲୀୟମ୍ର ପରାମର୍ଶରେ ପିୟୋର ଦେବତା ବିଷୟରେ ଇସ୍ରାଏଲ-ସନ୍ତାନଗଣଙ୍କୁ ସଦାପ୍ରଭୁଙ୍କ ବିରୁଦ୍ଧରେ ସତ୍ୟ-ଲଙ୍ଘନ କରାଇଲେ, ତହିଁ ନିମନ୍ତେ ସଦାପ୍ରଭୁଙ୍କ ମଣ୍ଡଳୀ ମଧ୍ୟରେ ମହାମାରୀ ହେଲା।
17ଏଣୁ ତୁମ୍ଭେମାନେ ଏବେ ପିଲାମାନଙ୍କ ମଧ୍ୟରୁ ସମସ୍ତ ପୁରୁଷ ପିଲାମାନଙ୍କୁ ବଧ କର, ପୁଣି, ଯେଉଁ ସ୍ତ୍ରୀଲୋକମାନେ ପୁରୁଷର ସହବାସ ଜ୍ଞାତ ହୋଇଅଛନ୍ତି, ସେମାନଙ୍କୁ ବଧ କର।
18ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।