ଗଣନା ପୁସ୍ତକ 31

ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”

Numbers 31:20 (UKJV) And purify all your raiment, and all that is made of skins, and all work of goats' hair, and all things made of wood.

18ମାତ୍ର ଯେଉଁ ସ୍ତ୍ରୀର ପିଲାମାନେ ପୁରୁଷର ସହବାସ ଜ୍ଞାତ ହୋଇ ନାହାନ୍ତି, ସେହି ସମସ୍ତଙ୍କୁ ଆପଣାମାନଙ୍କ ନିମନ୍ତେ ଜୀବିତ ରଖ।

19ଆଉ ତୁମ୍ଭେମାନେ ସାତ ଦିନ ଛାଉଣିର ବାହାରେ ଛାଉଣି ସ୍ଥାପନ କରିବ; ତୁମ୍ଭେମାନେ ଯେତେ ଲୋକ ମନୁଷ୍ୟର ହତ୍ୟା କରିଅଛ ଓ ହତ ଲୋକଙ୍କୁ ସ୍ପର୍ଶ କରିଅଛ, ସମସ୍ତେ ତୃତୀୟ ଦିନରେ, ସପ୍ତମ ଦିନରେ ଆପଣାମାନଙ୍କୁ ଓ ଆପଣା ଆପଣା ବନ୍ଦୀମାନଙ୍କୁ ପାପରୁ ପରିଷ୍କାର କର।

20ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”

21ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;

22ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.