20ପୁଣି, ଯାବତୀୟ ବସ୍ତ୍ର, ଚର୍ମ ନିର୍ମିତ ଯାବତୀୟ ବସ୍ତୁ, ଛାଗର ଲୋମରେ ନିର୍ମିତ ଯାବତୀୟ ବସ୍ତୁ ଓ କାଷ୍ଠନିର୍ମିତ ଯାବତୀୟ ବସ୍ତୁ ସମ୍ବନ୍ଧରେ ତୁମ୍ଭେମାନେ ଆପଣାମାନଙ୍କୁ ପାପରୁ ପରିଷ୍କାର କରିବ।”
21ତହୁଁ ଇଲୀୟାସର ଯାଜକ ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କୁ କହିଲା, “ସଦାପ୍ରଭୁ ମୋଶାଙ୍କୁ ଯେଉଁ ବ୍ୟବସ୍ଥାର ଆଜ୍ଞା ଦେଇଥିଲେ, ତହିଁର ବିଧି ଏହି;
22ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
23ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
24ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”