22ତଥାପି ସୁନା, ରୂପା, ପିତ୍ତଳ, ଲୁହା, ଦସ୍ତା ଓ ସୀସା,
23ଯେଉଁ ସମସ୍ତ ଦ୍ରବ୍ୟ ଅଗ୍ନି ସହିପାରେ, ସେସବୁକୁ ଅଗ୍ନିରେ ପକାଇବ, ତହିଁରେ ତାହା ଶୁଚି ହେବ; ତେବେ ହେଁ ତାହା ପାପାର୍ଥକ ଜଳରେ ପରିଷ୍କୃତ କରାଯିବ; ପୁଣି, ଯେଉଁସବୁ ଦ୍ରବ୍ୟ ଅଗ୍ନି ସହେ ନାହିଁ, ତାହା ତୁମ୍ଭେମାନେ ଜଳରେ ପକାଇବ।
24ପୁଣି, ତୁମ୍ଭେମାନେ ସପ୍ତମ ଦିନରେ ଆପଣା ଆପଣା ବସ୍ତ୍ର ଧୋଇବ, ତହିଁରେ ତୁମ୍ଭେମାନେ ଶୁଚି ହେବ; ତହିଁ ଉତ୍ତାରେ ତୁମ୍ଭେମାନେ ଛାଉଣିରେ ପ୍ରବେଶ କରିବ।”
25ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।