25ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
26“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।
27ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।
28ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,
29ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;