ଗଣନା ପୁସ୍ତକ 31

ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,

Numbers 31:28 (UKJV) And levy a tribute unto the Lord of the men of war which went out to battle: one soul of five hundred, both of the persons, and of the beeves, and of the asses, and of the sheep:

26“ତୁମ୍ଭେ, ଇଲୀୟାସର ଯାଜକ ଓ ମଣ୍ଡଳୀସ୍ଥ ପିତୃଗୃହର ପ୍ରଧାନମାନେ ଯୁଦ୍ଧରେ ଧୃତ ଜୀବଗଣର, ଅର୍ଥାତ୍‍, ବନ୍ଦୀ ମନୁଷ୍ୟର ଓ ପଶୁର ସଂଖ୍ୟା କର।

27ପୁଣି, ଯୁଦ୍ଧରେ ଧୃତ ସେହି ଜୀବମାନଙ୍କୁ ଯୁଦ୍ଧକୁ ଯାଇଥିବା ନିପୁଣ ଯୋଦ୍ଧାମାନଙ୍କର ଓ ସମସ୍ତ ମଣ୍ଡଳୀର ମଧ୍ୟରେ ବିଭାଗ କର।

28ପୁଣି, ଯୁଦ୍ଧକୁ ଯାଇଥିବା ଯୋଦ୍ଧାମାନଙ୍କଠାରୁ ସଦାପ୍ରଭୁଙ୍କ ନିମନ୍ତେ କର ଗ୍ରହଣ କର; ସେମାନଙ୍କର ଲଭ୍ୟ ଅର୍ଦ୍ଧାଂଶରୁ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷମାନଙ୍କର,

29ପ୍ରତି ପାଞ୍ଚଶହରୁ ଗୋଟିଏ ଲେଖାଏଁ ଜୀବ ନେଇ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ତୋଳନୀୟ ଉପହାର ନିମନ୍ତେ ଇଲୀୟାସର ଯାଜକକୁ ଦିଅ;

30ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.