30ପୁଣି, ଇସ୍ରାଏଲ-ସନ୍ତାନଗଣର ଲଭ୍ୟ ଅର୍ଦ୍ଧାଂଶରୁ ତୁମ୍ଭେ ମନୁଷ୍ୟ, ଗୋରୁ, ଗର୍ଦ୍ଦଭ ଓ ମେଷାଦି ସମସ୍ତ ପଶୁର ପ୍ରତ୍ୟେକ ପାଞ୍ଚଶହରୁ ଗୋଟିଏ ଲେଖାଏଁ ନେଇ ସଦାପ୍ରଭୁଙ୍କ ଆବାସ ରକ୍ଷଣୀୟ-ରକ୍ଷକ ଲେବୀୟମାନଙ୍କୁ ଦିଅ;”
31ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ଓ ଇଲୀୟାସର ଯାଜକ କଲେ।
32ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
33ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
34ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;