32ଯୋଦ୍ଧାମାନେ ଲୁଟିତ ସମ୍ପତ୍ତି ବ୍ୟତୀତ ଯେଉଁସବୁ ଜୀବ ଧରିଥିଲେ, ସେମାନଙ୍କ ସଂଖ୍ୟା,
33ଛଅ ଲକ୍ଷ ପଞ୍ଚସ୍ତରି ହଜାର ମେଷ
34ଓ ବାସ୍ତରି ହଜାର ଗୋରୁ, ଏକଷଠି ହଜାର ଗର୍ଦ୍ଦଭ;
35ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
36ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।