35ଆଉ ପୁରୁଷ-ସହବାସ ଅଜ୍ଞାତା ସ୍ତ୍ରୀଲୋକ ସର୍ବସୁଦ୍ଧା ବତିଶ ହଜାର ଥିଲେ।
36ତହିଁରେ ଯୁଦ୍ଧକୁ ଯାଇଥିବା ଲୋକମାନଙ୍କର ଲଭ୍ୟ ଅର୍ଦ୍ଧାଂଶର ସଂଖ୍ୟା ତିନି ଲକ୍ଷ ସଇଁତିରିଶ ହଜାର ପାଞ୍ଚ ଶହ ମେଷ।
37ପୁଣି, ସେହି ମେଷ ମଧ୍ୟରୁ ଛଅ ଶହ ପଞ୍ଚସ୍ତରି ମେଷ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
38ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
39ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।