2“ତୁମ୍ଭେ ଇସ୍ରାଏଲ-ସନ୍ତାନଗଣ ସକାଶେ ମିଦୀୟନୀୟମାନଙ୍କୁ ପ୍ରତିଫଳ ଦିଅ; ତହିଁ ଉତ୍ତାରେ ତୁମ୍ଭେ ଆପଣା ଲୋକଙ୍କ ନିକଟରେ ସଂଗୃହୀତ ହେବ।”
3ତହିଁରେ ମୋଶା ଲୋକମାନଙ୍କୁ କହିଲେ, “ତୁମ୍ଭେମାନେ ଯୁଦ୍ଧ ନିମନ୍ତେ ଆପଣାମାନଙ୍କ ମଧ୍ୟରୁ କେତେକ ଲୋକଙ୍କୁ ପ୍ରସ୍ତୁତ କର; ସେମାନେ ମିଦୀୟନୀୟମାନଙ୍କ ଉପରେ ସଦାପ୍ରଭୁଙ୍କ ଦଣ୍ଡାଜ୍ଞା ସଫଳ କରିବା ନିମନ୍ତେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯିବେ।
4ତୁମ୍ଭେମାନେ ଇସ୍ରାଏଲ ବଂଶର ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ ଯୁଦ୍ଧକୁ ପଠାଇବ।”
5ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।
6ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।