38ଆଉ ଗୋରୁ ଛତିଶ ହଜାର, ସେମାନଙ୍କ ମଧ୍ୟରୁ ବାସ୍ତରି ଗୋରୁ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
39ଆଉ ଗର୍ଦ୍ଦଭ ତିରିଶ ହଜାର ପାଞ୍ଚ ଶହ, ସେମାନଙ୍କ ମଧ୍ୟରୁ ଏକଷଠି ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
40ପୁଣି, ମନୁଷ୍ୟ ଷୋଳ ସହସ୍ର, ସେମାନଙ୍କ ମଧ୍ୟରୁ ବତିଶ ଜଣ ସଦାପ୍ରଭୁଙ୍କର କର ସ୍ୱରୂପ ଥିଲା।
41ତହିଁରେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମୋଶା ସଦାପ୍ରଭୁଙ୍କର ଉତ୍ତୋଳନୀୟ ଉପହାର ସ୍ୱରୂପେ ସେହି କର ଇଲୀୟାସର ଯାଜକକୁ ଦେଲେ।
42ପୁଣି, ଯୋଦ୍ଧାମାନଙ୍କ ଅଂଶ ଭିନ୍ନ ଯେଉଁ ଅର୍ଦ୍ଧାଂଶ ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଦେଇଥିଲେ;