48ଏଉତ୍ତାରେ ସହସ୍ର ସହସ୍ର ସୈନ୍ୟମାନଙ୍କ ଉପରେ କର୍ତ୍ତୃତ୍ୱକାରୀଗଣ, ଅର୍ଥାତ୍, ସହସ୍ରପତି ଓ ଶତପତିମାନେ ମୋଶାଙ୍କ ନିକଟକୁ ଆସିଲେ,
49ପୁଣି, ସେମାନେ ମୋଶାଙ୍କୁ କହିଲେ, “ତୁମ୍ଭର ଏହି ଦାସମାନେ ଆପଣାମାନଙ୍କ ହସ୍ତଗତ ଯୋଦ୍ଧାମାନଙ୍କର ସଂଖ୍ୟା ନେଇଅଛନ୍ତି, ସେମାନଙ୍କ ମଧ୍ୟରୁ ଜଣେ ହିଁ ଊଣା ହୋଇ ନାହିଁ।
50ଏହେତୁ ଆମ୍ଭେମାନେ ପ୍ରତି ଜଣ ସ୍ୱର୍ଣ୍ଣ-ଅଳଙ୍କାର, ନୂପୁର ଓ ବଳା, ଅଙ୍ଗୁରୀୟକ, କୁଣ୍ଡଳ ଓ ହାର, ଏହି ଯେସବୁ ପାଇଅଛୁ, ତହିଁରୁ ସଦାପ୍ରଭୁଙ୍କ ସମ୍ମୁଖରେ ଆପଣା ଆପଣା ପ୍ରାଣ ନିମନ୍ତେ ପ୍ରାୟଶ୍ଚିତ୍ତ କରିବାକୁ ସଦାପ୍ରଭୁଙ୍କ ଉପହାର ଆଣିଅଛୁ।”
51ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ।
52ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।