51ତହୁଁ ମୋଶା ଓ ଇଲୀୟାସର ଯାଜକ ସେମାନଙ୍କଠାରୁ ସେହି ସ୍ୱର୍ଣ୍ଣ, ଅର୍ଥାତ୍, ଶିଳ୍ପିତ ଅଳଙ୍କାର ନେଲେ।
52ଆଉ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ସହସ୍ରପତି ଓ ଶତପତିମାନେ ଉତ୍ତୋଳନୀୟ ଉପହାର ରୂପେ ଯେଉଁ ସ୍ୱର୍ଣ୍ଣ ଉତ୍ସର୍ଗ କଲେ, ସେସମସ୍ତ ସ୍ୱର୍ଣ୍ଣ ଷୋହଳ ହଜାର ସାତ ଶହ ପଚାଶ ଶେକଲ ପରିମିତ ଥିଲା।
53କାରଣ ଯୋଦ୍ଧାମାନେ ପ୍ରତ୍ୟେକେ ଆପଣା ଆପଣା ନିମନ୍ତେ ଲୁଟିତ ଦ୍ରବ୍ୟ ନେଇଥିଲେ।
54ଏଉତ୍ତାରେ ମୋଶା, ଇଲୀୟାସର ଯାଜକ ସହସ୍ରପତି ଓ ଶତପତିମାନଙ୍କଠାରୁ ସେହି ସ୍ୱର୍ଣ୍ଣ ଗ୍ରହଣ କଲେ, ପୁଣି, ସଦାପ୍ରଭୁଙ୍କ ସମ୍ମୁଖରେ ଇସ୍ରାଏଲ-ସନ୍ତାନଗଣର ସ୍ମରଣାର୍ଥକ ଚିହ୍ନ ରୂପେ ତାହା ସମାଗମ-ତମ୍ବୁରେ ରଖିଲେ।