ଗଣନା ପୁସ୍ତକ 31

ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।

Numbers 31:7 (UKJV) And they warred against the Midianites, as the LORD commanded Moses; and they slew all the males.

5ତହୁଁ ସହସ୍ର ସହସ୍ର ଇସ୍ରାଏଲ ମଧ୍ୟରେ ପ୍ରତ୍ୟେକ ବଂଶରୁ ଏକ ଏକ ସହସ୍ର ଲୋକ, ଏହିରୂପେ ବାର ସହସ୍ର ଲୋକ ଯୁଦ୍ଧ ପାଇଁ ସଜ୍ଜିତ ହେଲେ।

6ପୁଣି, ମୋଶା ଏକ ଏକ ବଂଶରୁ ଏକ ଏକ ସହସ୍ର ଲୋକଙ୍କୁ ଯୁଦ୍ଧକୁ ପଠାଇଲେ ଓ ଇଲୀୟାସର ଯାଜକର ପୁତ୍ର ପୀନହସ୍‍ର ହସ୍ତରେ ପବିତ୍ର ସ୍ଥାନର ପାତ୍ର ଓ ରଣତୂରୀ ଦେଇ ତାହାକୁ ସେମାନଙ୍କ ସଙ୍ଗେ ଯୁଦ୍ଧକୁ ପଠାଇଲେ।

7ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।

8ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।

9ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.