ଗଣନା ପୁସ୍ତକ 31

ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।

Numbers 31:9 (UKJV) And the children of Israel took all the women of Midian captives, and their little ones, and took the spoil of all their cattle, and all their flocks, and all their goods.

7ତହୁଁ ସେମାନେ ମୋଶାଙ୍କ ପ୍ରତି ସଦାପ୍ରଭୁଙ୍କ ଆଜ୍ଞାନୁସାରେ ମିଦୀୟନୀୟମାନଙ୍କ ବିରୁଦ୍ଧରେ ଯୁଦ୍ଧ କଲେ; ପୁଣି, ସେମାନେ ପ୍ରତ୍ୟେକ ପୁରୁଷକୁ ବଧ କଲେ।

8ଆଉ ଅନ୍ୟାନ୍ୟ ହତ ଲୋକଙ୍କ ସହିତ ସେମାନେ ମିଦୀୟନୀୟ ରାଜାମାନଙ୍କୁ, ଅର୍ଥାତ୍‍ ଇବି, ରେକମ୍‍, ସୂର୍‍, ହୂର ଓ ରେବା, ଏହି ମିଦୀୟନୀୟ ପାଞ୍ଚ ରାଜାଙ୍କୁ ବଧ କଲେ; ବିୟୋରର ପୁତ୍ର ବିଲୀୟମ୍‍କୁ ମଧ୍ୟ ସେମାନେ ଖଡ୍ଗରେ ବଧ କଲେ।

9ଆଉ ଇସ୍ରାଏଲ-ସନ୍ତାନଗଣ ମିଦୀୟନର ସ୍ତ୍ରୀଲୋକମାନଙ୍କୁ ଓ ସେମାନଙ୍କ ପିଲାମାନଙ୍କୁ ବନ୍ଦୀ କରି ନେଲେ; ଆଉ ସେମାନଙ୍କର ସମସ୍ତ ପଶୁ, ସମସ୍ତ ମେଷପଲ ଓ ସମସ୍ତ ସମ୍ପତ୍ତି ଲୁଟି କରି ନେଲେ।

10ଆଉ ସେମାନଙ୍କର ସକଳ ନିବାସ ନଗର ଓ ସକଳ ଛାଉଣି ଅଗ୍ନିରେ ଦଗ୍ଧ କଲେ।

11ଆଉ ସେମାନେ ସମସ୍ତ ଲୁଟିତ ଦ୍ରବ୍ୟ, ପୁଣି, ସମସ୍ତ ଧୃତ ମନୁଷ୍ୟ ଓ ପଶୁ ନେଇଗଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.