ଗଣନା ପୁସ୍ତକ 32

ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,

Numbers 32:10 (UKJV) And the LORD's anger was kindled the same time, and he swore, saying,

8ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।

9କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।

10ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,

11‘ଆମ୍ଭେ ଅବ୍ରହାମଙ୍କୁ, ଇସ୍‌ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।

12କେବଳ କନିସୀୟ ଯିଫୁନ୍ନିର ପୁତ୍ର କାଲେବ ଓ ନୂନର ପୁତ୍ର ଯିହୋଶୂୟ ତାହା ଦେଖିବେ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ସଦାପ୍ରଭୁଙ୍କର ଅନୁଗତ ହୋଇଅଛନ୍ତି।’

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.