ଗଣନା ପୁସ୍ତକ 32

କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”

Numbers 32:15 (UKJV) For if all of you turn away from after him, he will yet again leave them in the wilderness; and all of you shall destroy all this people.

13ଏହିରୂପେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସଦାପ୍ରଭୁଙ୍କ ଦୃଷ୍ଟିରେ କୁକର୍ମକାରୀ ସମସ୍ତ ବଂଶର ନିଃଶେଷ ନ ହେବା ପର୍ଯ୍ୟନ୍ତ ସେ ସେମାନଙ୍କୁ ଚାଳିଶ ବର୍ଷ ପର୍ଯ୍ୟନ୍ତ ଏ ପ୍ରାନ୍ତରରେ ଭ୍ରମଣ କରାଇଲେ।

14ଏବେ ଦେଖ, ପାପିଷ୍ଠ ଲୋକମାନଙ୍କର ବଂଶ, ତୁମ୍ଭେମାନେ ଇସ୍ରାଏଲ ପ୍ରତି ସଦାପ୍ରଭୁଙ୍କର ପ୍ରଚଣ୍ଡ କ୍ରୋଧ ଆହୁରି ବଢ଼ାଇବାର ନିମନ୍ତେ ଆପଣା ଆପଣା ପିତୃଗଣର ସ୍ଥାନରେ ଉଠିଅଛ।

15କାରଣ ଯଦି ତୁମ୍ଭେମାନେ ଏହିରୂପେ ତାହାଙ୍କ ପଶ୍ଚାଦ୍‍ଗମନରୁ ବିମୁଖ ହେବ, ତେବେ ସେ ପୁନର୍ବାର ଇସ୍ରାଏଲକୁ ପ୍ରାନ୍ତରରେ ପରିତ୍ୟାଗ କରିବେ, ତହିଁରେ ତୁମ୍ଭେମାନେ ଏହି ସକଳ ଲୋକଙ୍କୁ ବିନଷ୍ଟ କରାଇବ।”

16ଏଥିରେ ସେମାନେ ତାଙ୍କ ନିକଟକୁ ଆସି କହିଲେ, “ଆମ୍ଭେମାନେ ଏହି ସ୍ଥାନରେ ଆପଣା ଆପଣା ପଶୁମାନଙ୍କ ନିମନ୍ତେ ମେଷଶାଳା ଓ ଆପଣା ଆପଣା ବାଳକମାନଙ୍କ ନିମନ୍ତେ ନଗର ନିର୍ମାଣ କରିବା।

17ମାତ୍ର ଆମ୍ଭେମାନେ ନିଜେ ଇସ୍ରାଏଲ-ସନ୍ତାନଗଣକୁ ସେମାନଙ୍କ ସ୍ଥାନକୁ ନ ଆଣିବା ପର୍ଯ୍ୟନ୍ତ ସସଜ୍ଜ ହୋଇ ସେମାନଙ୍କ ଆଗେ ଆଗେ ଗମନ କରିବୁ; କେବଳ ଆମ୍ଭମାନଙ୍କର ବାଳକମାନେ ଦେଶନିବାସୀମାନଙ୍କ ସକାଶୁ ପ୍ରାଚୀର-ବେଷ୍ଟିତ ନଗରରେ ବାସ କରିବେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.