ଗଣନା ପୁସ୍ତକ 32

ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;

Numbers 32:2 (UKJV) The children of Gad and the children of Reuben came and spoke unto Moses, and to Eleazar the priest, and unto the princes of the congregation, saying,

1ରୁବେନ୍‍-ସନ୍ତାନଗଣର ଓ ଗାଦ୍‍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।

2ଏଥିରେ ଗାଦ୍‍ର ସନ୍ତାନଗଣ, ରୁବେନ୍‍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;

3“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,

4ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.