18ଇସ୍ରାଏଲ-ସନ୍ତାନଗଣଙ୍କର ପ୍ରତ୍ୟେକ ଲୋକ ଆପଣା ଆପଣା ଅଧିକାର ନ ପାଇବା ପର୍ଯ୍ୟନ୍ତ ଆମ୍ଭେମାନେ ଆପଣା ଆପଣା ଗୃହକୁ ଫେରି ଆସିବୁ ନାହିଁ।
19ମାତ୍ର ଆମ୍ଭେମାନେ ଯର୍ଦ୍ଦନର ଆରପାରିରେ ଓ ତହିଁ ଆଗରେ ସେମାନଙ୍କ ସହିତ ଅଧିକାର ଗ୍ରହଣ କରିବୁ ନାହିଁ; କାରଣ ଯର୍ଦ୍ଦନର ଏହି ପାରିରେ ଆମ୍ଭମାନଙ୍କ ଅଧିକାର ପଡ଼ିଅଛି।”
20ଏଥିରେ ମୋଶା ସେମାନଙ୍କୁ କହିଲେ, “ତୁମ୍ଭେମାନେ ଯଦି ଏହି କର୍ମ କର, ଯଦି ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ଯୁଦ୍ଧ କରିବାକୁ ଗମନ କର,
21ପୁଣି, ସଦାପ୍ରଭୁ ଯେପର୍ଯ୍ୟନ୍ତ ଆପଣା ଶତ୍ରୁଗଣକୁ ଆପଣା ଆଗରୁ ତଡ଼ି ନ ଦିଅନ୍ତି
22ଓ ଦେଶ ସଦାପ୍ରଭୁଙ୍କ ଆଗରେ ବଶୀଭୂତ ନ ହୁଏ, ସେପର୍ଯ୍ୟନ୍ତ ତୁମ୍ଭମାନଙ୍କର ପ୍ରତ୍ୟେକ ସସଜ୍ଜ ଲୋକ ଯଦି ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହୁଅ; ତେବେ ତହିଁ ଉତ୍ତାରେ ତୁମ୍ଭେମାନେ ଫେରି ଆସିଲେ, ସଦାପ୍ରଭୁଙ୍କ ନିକଟରେ ଓ ଇସ୍ରାଏଲ ନିକଟରେ ନିର୍ଦ୍ଦୋଷ ହେବ; ଆଉ ସେହି ଦେଶ ସଦାପ୍ରଭୁଙ୍କ ସମ୍ମୁଖରେ ତୁମ୍ଭମାନଙ୍କର ଅଧିକାର ହେବ।