ଗଣନା ପୁସ୍ତକ 32

ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।

Numbers 32:25 (UKJV) And the children of Gad and the children of Reuben spoke unto Moses, saying, Your servants will do as my lord commands.

23ମାତ୍ର ତୁମ୍ଭେମାନେ ଯଦି ସେହିପରି ନ କର, ତେବେ ଦେଖ, ତୁମ୍ଭେମାନେ ସଦାପ୍ରଭୁଙ୍କ ନିକଟରେ ପାପୀ ହେବ; ପୁଣି, ତୁମ୍ଭମାନଙ୍କର ପାପ ଯେ ତୁମ୍ଭମାନଙ୍କୁ ଧରିବ, ଏହା ନିଶ୍ଚିତ ଜାଣ।

24ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”

25ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।

26ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

27ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.