ଗଣନା ପୁସ୍ତକ 32

ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

Numbers 32:26 (UKJV) Our little ones, our wives, our flocks, and all our cattle, shall be there in the cities of Gilead:

24ତୁମ୍ଭେମାନେ ଆପଣା ଆପଣା ବାଳକମାନଙ୍କ ପାଇଁ ନଗର ଓ ମେଷମାନଙ୍କ ପାଇଁ ଶାଳା ନିର୍ମାଣ କର, ଆଉ ଆପଣାମାନଙ୍କ ମୁଖରୁ ନିର୍ଗତ ବାକ୍ୟ ପ୍ରମାଣେ କର୍ମ କର।”

25ତେବେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।

26ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

27ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”

28ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.