25ତେବେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ମୋଶାଙ୍କୁ କହିଲେ, “ଆମ୍ଭମାନଙ୍କର ପ୍ରଭୁ ଯାହା ଆଜ୍ଞା କଲେ, ତଦନୁସାରେ ତୁମ୍ଭର ଦାସମାନେ କର୍ମ କରିବେ।
26ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।
27ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”
28ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।
29ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।