ଗଣନା ପୁସ୍ତକ 32

ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

Numbers 32:28 (UKJV) So concerning them Moses commanded Eleazar the priest, and Joshua the son of Nun, and the chief fathers of the tribes of the children of Israel:

26ଆମ୍ଭମାନଙ୍କର ବାଳକ, ସ୍ତ୍ରୀ, ପଲ ଓ ପଶୁସକଳ ଗିଲୀୟଦର ନଗରମାନଙ୍କରେ ରହିବେ।

27ମାତ୍ର ଆମ୍ଭମାନଙ୍କ ପ୍ରଭୁଙ୍କ ବାକ୍ୟାନୁସାରେ ତୁମ୍ଭର ଦାସମାନେ ପ୍ରତ୍ୟେକେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ଆଗରେ ଯୁଦ୍ଧ କରିବାକୁ ପାର ହୋଇଯିବେ।”

28ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

29ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।

30ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.