1ରୁବେନ୍-ସନ୍ତାନଗଣର ଓ ଗାଦ୍-ସନ୍ତାନଗଣର ଅନେକ ପଶୁପଲ ଥିଲା; ଏଣୁ ସେମାନେ ଯାସେର ଦେଶକୁ ଓ ଗିଲୀୟଦ ଦେଶକୁ ଦେଖିଲେ ଯେଉଁ ସ୍ଥାନ ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଥିଲା।
2ଏଥିରେ ଗାଦ୍ର ସନ୍ତାନଗଣ, ରୁବେନ୍ର ସନ୍ତାନଗଣ ଆସି ମୋଶାଙ୍କୁ, ଇଲୀୟାସର ଯାଜକକୁ ଓ ମଣ୍ଡଳୀର ଅଧ୍ୟକ୍ଷଗଣକୁ କହିଲେ;
3“ଅଟାରୋତ୍, ଦୀବୋନ୍, ଯାସେର, ନିମ୍ରା, ହିଷ୍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,
4ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”
5ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”