ଗଣନା ପୁସ୍ତକ 32

ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”

Numbers 32:30 (UKJV) But if they will not pass over with you armed, they shall have possessions among you in the land of Canaan.

28ତହୁଁ ମୋଶା ସେମାନଙ୍କ ବିଷୟରେ ଇଲୀୟାସର ଯାଜକକୁ, ନୂନର ପୁତ୍ର ଯିହୋଶୂୟଙ୍କୁ ଓ ଇସ୍ରାଏଲ-ସନ୍ତାନଗଣର ବଂଶୀୟ ପିତୃଗୃହର ପ୍ରଧାନମାନଙ୍କୁ ଆଜ୍ଞା ଦେଲେ।

29ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍‍-ସନ୍ତାନଗଣର ଓ ରୁବେନ୍‍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।

30ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”

31ତହିଁରେ ଗାଦ୍‍-ସନ୍ତାନଗଣ ଓ ରୁବେନ୍‍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।

32ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.