29ପୁଣି, ମୋଶା ସେମାନଙ୍କୁ କହିଲେ, “ଗାଦ୍-ସନ୍ତାନଗଣର ଓ ରୁବେନ୍-ସନ୍ତାନଗଣର, ଯୁଦ୍ଧାର୍ଥେ ସସଜ୍ଜ ପ୍ରତ୍ୟେକ ଲୋକ ଯଦି ତୁମ୍ଭମାନଙ୍କ ସହିତ ସଦାପ୍ରଭୁଙ୍କ ସମ୍ମୁଖରେ ଯର୍ଦ୍ଦନ ପାର ହେବେ ଓ ତୁମ୍ଭମାନଙ୍କ ସମ୍ମୁଖରେ ଦେଶ ବଶୀଭୂତ ହେବ; ତେବେ ତୁମ୍ଭେମାନେ ଅଧିକାରାର୍ଥେ ସେମାନଙ୍କୁ ଗିଲୀୟଦ ଦେଶ ଦେବ।
30ମାତ୍ର ଯଦି ସେମାନେ ସସଜ୍ଜ ହୋଇ ତୁମ୍ଭମାନଙ୍କ ସହିତ ପାର ନ ହେବେ, ତେବେ ସେମାନେ ତୁମ୍ଭମାନଙ୍କ ମଧ୍ୟରେ କିଣାନ ଦେଶରେ ଅଧିକାର ପାଇବେ।”
31ତହିଁରେ ଗାଦ୍-ସନ୍ତାନଗଣ ଓ ରୁବେନ୍-ସନ୍ତାନଗଣ ଉତ୍ତର ଦେଇ କହିଲେ, “ସଦାପ୍ରଭୁ ଆପଣା ଦାସମାନଙ୍କୁ ଯାହା କହିଅଛନ୍ତି, ତଦନୁସାରେ ଆମ୍ଭେମାନେ କର୍ମ କରିବୁ।
32ଆମ୍ଭେମାନେ ସସଜ୍ଜ ହୋଇ ସଦାପ୍ରଭୁଙ୍କ ସମ୍ମୁଖରେ ପାର ହୋଇ କିଣାନ ଦେଶକୁ ଯିବୁ ମାତ୍ର ଯର୍ଦ୍ଦନର ପୂର୍ବ ଆଡ଼େ ଆମ୍ଭମାନଙ୍କ ଅଧିକାରରେ ଆମ୍ଭମାନଙ୍କ ସ୍ୱତ୍ୱ ରହିବ।”
33ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।