33ଏଉତ୍ତାରେ ମୋଶା ସେମାନଙ୍କୁ, ଅର୍ଥାତ୍, ଗାଦ୍-ସନ୍ତାନଗଣକୁ, ରୁବେନ୍-ସନ୍ତାନଗଣକୁ ଓ ଯୋଷେଫର ପୁତ୍ର ମନଃଶି ବଂଶର ଅର୍ଦ୍ଧେକକୁ ଇମୋରୀୟମାନଙ୍କ ରାଜା ସୀହୋନର ରାଜ୍ୟ ଓ ବାଶନର ରାଜା ଓଗ୍ର ରାଜ୍ୟ, ଅର୍ଥାତ୍, ସ୍ୱ ସ୍ୱ ସୀମା ସହିତ ନାନା ନଗରବିଶିଷ୍ଟ ଦେଶ, ଏହିରୂପେ ଚତୁର୍ଦ୍ଦିଗସ୍ଥ ଦେଶର ସମସ୍ତ ନଗର ଦେଲେ।
34ତହିଁରେ ଗାଦ୍-ସନ୍ତାନଗଣ ଦୀବୋନ୍, ଅଟାରୋତ୍ ଓ ଅରୋୟେର;
35ଅଟ୍ରୋତ୍-ଶୋଫନ, ଯାସେର, ଯଗ୍ବିହ,
36ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।
37ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍;