ଗଣନା ପୁସ୍ତକ 32

ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।

Numbers 32:38 (UKJV) And Nebo, and Baalmeon, (their names being changed,) and Shibmah: and gave other names unto the cities which they built.

36ବେଥ୍-ନିମ୍ରା, ବେଥ୍-ହାରଣ ନାମକ ପ୍ରାଚୀର-ବେଷ୍ଟିତ ନଗର ଓ ମେଷଶାଳା ନିର୍ମାଣ କଲେ।

37ପୁଣି, ରୁବେନ୍‍-ସନ୍ତାନଗଣ ହିଷ୍‍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍‍;

38ପୁଣି, ନାମାନ୍ତରରେ ନବୋ, ବାଲ୍‍-ମୀୟୋନ୍‍ ଓ ସିବ୍‍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।

39ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।

40ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.