37ପୁଣି, ରୁବେନ୍-ସନ୍ତାନଗଣ ହିଷ୍ବୋନ, ଇଲୀୟାଲୀ ଓ କିରୀୟାଥୟିମ୍;
38ପୁଣି, ନାମାନ୍ତରରେ ନବୋ, ବାଲ୍-ମୀୟୋନ୍ ଓ ସିବ୍ମା, ଏହି ସମସ୍ତ ନଗର ନିର୍ମାଣ କଲେ; ପୁଣି, ସେମାନେ ଯେଉଁ ଯେଉଁ ନଗର ନିର୍ମାଣ କଲେ, ସେହି ସମସ୍ତଙ୍କୁ ଅନ୍ୟ ନାମ ଦେଲେ।
39ପୁଣି, ମନଃଶିର ପୁତ୍ର ମାଖୀରର ସନ୍ତାନଗଣ ଗିଲୀୟଦକୁ ଯାଇ ତାହା ଆକ୍ରମଣ କଲେ ଓ ତନ୍ନିବାସୀ ଇମୋରୀୟମାନଙ୍କୁ ଅଧିକାରଚ୍ୟୁତ କଲେ।
40ତହୁଁ ମୋଶା ମନଃଶିର ପୁତ୍ର ମାଖୀରକୁ ଗିଲୀୟଦ ଦେଲେ; ଆଉ ସେ ସେଠାରେ ବାସ କଲା।
41ପୁଣି, ମନଃଶିର ପୁତ୍ର ଯାୟୀର ଯାଇ ସେମାନଙ୍କ ଗ୍ରାମସବୁ ହସ୍ତଗତ କରି ସେମାନଙ୍କ ନାମ ହବୋତ୍-ଯାୟୀର ରଖିଲା।