ଗଣନା ପୁସ୍ତକ 32

ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”

Numbers 32:5 (UKJV) Wherefore, said they, if we have found grace in your sight, let this land be given unto your servants for a possession, and bring us not over Jordan.

3“ଅଟାରୋତ୍‍, ଦୀବୋନ୍, ଯାସେର, ନିମ୍ରା, ହିଷ୍‍ବୋନ, ଇଲୀୟାଲୀ, ସିବମା, ନବୋ ଓ ବିୟୋନ,

4ଏହି ଯେଉଁସବୁ ଦେଶକୁ ସଦାପ୍ରଭୁ ଇସ୍ରାଏଲ-ମଣ୍ଡଳୀ ସମ୍ମୁଖରେ ପରାସ୍ତ କରିଅଛନ୍ତି, ତାହା ପଶୁପଲ ନିମନ୍ତେ ଉପଯୁକ୍ତ ସ୍ଥାନ ଅଟେ। ପୁଣି, ତୁମ୍ଭର ଏହି ଦାସମାନଙ୍କର ପଶୁପଲ ଅଛି।”

5ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”

6ଏଥିରେ ମୋଶା ଗାଦ୍‍ର ସନ୍ତାନଗଣକୁ ଓ ରୁବେନ୍‍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?

7ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.