5ସେମାନେ ଆହୁରି କହିଲେ, “ଆମ୍ଭେମାନେ ଯଦି ତୁମ୍ଭ ଦୃଷ୍ଟିରେ ଅନୁଗ୍ରହ ପାଇଅଛୁ, ତେବେ ତୁମ୍ଭର ଦାସଗଣକୁ ଅଧିକାରାର୍ଥେ ଏହି ଦେଶ ଦିଆଯାଉ; ଆମ୍ଭମାନଙ୍କୁ ଯର୍ଦ୍ଦନ ପାରିକୁ ନେଇଯାଅ ନାହିଁ।”
6ଏଥିରେ ମୋଶା ଗାଦ୍ର ସନ୍ତାନଗଣକୁ ଓ ରୁବେନ୍ର ସନ୍ତାନଗଣକୁ କହିଲେ, “ତୁମ୍ଭମାନଙ୍କର ଭାଇମାନେ ଯୁଦ୍ଧ କରିବାକୁ ଯିବେ, ଆଉ ତୁମ୍ଭେମାନେ କି ଏଠାରେ ବସି ରହିବ?
7ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
8ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
9କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।