7ସଦାପ୍ରଭୁ ଇସ୍ରାଏଲ-ସନ୍ତାନଗଣକୁ ଯେଉଁ ଦେଶ ଦେଇଅଛନ୍ତି, ପାର ହୋଇ ସେହି ଦେଶକୁ ଯିବା ପାଇଁ କାହିଁକି ସେମାନଙ୍କ ମନକୁ ସାହସହୀନ କରୁଅଛ?
8ମୁଁ ତୁମ୍ଭର ପିତୃଲୋକମାନଙ୍କୁ କାଦେଶ-ବର୍ଣ୍ଣେୟଠାରୁ ସେହି ଦେଶ ଦେଖିବାକୁ ପଠାଇବା ସମୟରେ ସେମାନେ ଏହିରୂପେ କରିଥିଲେ।
9କାରଣ ସେମାନେ ଇଷ୍କୋଲ-ଉପତ୍ୟକା ପର୍ଯ୍ୟନ୍ତ ଗମନ କରି ଦେଶ ଦେଖି ସଦାପ୍ରଭୁଙ୍କ ଦତ୍ତ ଦେଶକୁ ଯିବା ପାଇଁ ଇସ୍ରାଏଲ-ସନ୍ତାନଗଣର ମନକୁ ସାହସହୀନ କଲେ।
10ଏନିମନ୍ତେ ସେହି ଦିନ ସଦାପ୍ରଭୁଙ୍କର କ୍ରୋଧ ପ୍ରଜ୍ୱଳିତ ହେଲା, ପୁଣି, ସେ ଶପଥ କରି ଏହି କଥା କହିଲେ,
11‘ଆମ୍ଭେ ଅବ୍ରହାମଙ୍କୁ, ଇସ୍ହାକକୁ ଓ ଯାକୁବକୁ ଯେଉଁ ଦେଶ ଦେବା ପାଇଁ ଶପଥ କରିଅଛୁ, ମିସରରୁ ଆଗତ ଲୋକମାନଙ୍କ ମଧ୍ୟରୁ କୋଡ଼ିଏ ବର୍ଷ ଓ ତତୋଧିକ ବର୍ଷ ବୟସ୍କ କେହି ସେହି ଦେଶ ଦେଖି ପାରିବ ନାହିଁ, ଏହା ନିଶ୍ଚିତ; କାରଣ ସେମାନେ ସମ୍ପୂର୍ଣ୍ଣ ରୂପେ ଆମ୍ଭର ଅନୁଗତ ହୋଇ ନାହାନ୍ତି।