14ପୁଣି, ସେମାନେ ଆଲୁଶରୁ ଯାତ୍ରା କରି ରଫୀଦୀମରେ ଛାଉଣି ସ୍ଥାପନ କଲେ; ସେହି ସ୍ଥାନରେ ଲୋକମାନଙ୍କର ପିଇବା ନିମନ୍ତେ ଜଳ ନ ଥିଲା।
15ଏଉତ୍ତାରେ ସେମାନେ ରଫୀଦୀମରୁ ଯାତ୍ରା କରି ସୀନୟ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ
16ଓ ସେମାନେ ସୀନୟ ପ୍ରାନ୍ତରରୁ ଯାତ୍ରା କରି କିବ୍ରୋତ୍-ହତ୍ତାବାରେ ଛାଉଣି ସ୍ଥାପନ କଲେ।
17ପୁଣି, ସେମାନେ କିବ୍ରୋତ୍-ହତ୍ତାବାରୁ ଯାତ୍ରା କରି ହତ୍ସେରୋତରେ ଛାଉଣି ସ୍ଥାପନ କଲେ।
18ପୁଣି, ସେମାନେ ହତ୍ସେରୋତରୁ ଯାତ୍ରା କରି ରିତ୍ମାରେ ଛାଉଣି ସ୍ଥାପନ କଲେ