1ଇସ୍ରାଏଲ-ସନ୍ତାନଗଣ ମୋଶା ଓ ହାରୋଣଙ୍କର ହସ୍ତାଧୀନ ହୋଇ ଆପଣା ଆପଣା ସୈନ୍ୟଶ୍ରେଣୀ କ୍ରମେ ମିସର ଦେଶରୁ ବାହାରି ଆସିବା ସମୟରେ ଯେଉଁ ଯାତ୍ରା କରିଥିଲେ, ତହିଁର ବିବରଣ ଏହି।
2ମୋଶା ସଦାପ୍ରଭୁଙ୍କ ଆଜ୍ଞାରେ ସେମାନଙ୍କ ଯାତ୍ରାନୁସାରେ ସେମାନଙ୍କ ଗମନର ବିବରଣ ଲେଖିଲେ; ସେମାନଙ୍କ ଗମନାନୁସାରେ ସେମାନଙ୍କ ଯାତ୍ରାର ବିବରଣ ଏହି।
3ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍ଠାରୁ ଯାତ୍ରା କଲେ;
4ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।