ଗଣନା ପୁସ୍ତକ 33

ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।

Numbers 33:38 (UKJV) And Aaron the priest went up into mount Hor at the commandment of the LORD, and died there, in the fortieth year after the children of Israel were come out of the land of Egypt, in the first day of the fifth month.

36ପୁଣି, ସେମାନେ ଇତ୍‍ସିୟୋନ-ଗେବରରୁ ଯାତ୍ରା କରି ସୀନ୍‍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ (ଏହାକୁ କାଦେଶ କହନ୍ତି),

37ଓ ସେମାନେ କାଦେଶରୁ ଯାତ୍ରା କରି ଇଦୋମ ଦେଶର ପ୍ରାନ୍ତରସ୍ଥିତ ହୋର ପର୍ବତରେ ଛାଉଣି ସ୍ଥାପନ କଲେ।

38ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।

39ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।

40ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.