38ଏଥିଉତ୍ତାରେ ହାରୋଣ ଯାଜକ ସଦାପ୍ରଭୁଙ୍କ ଆଜ୍ଞାରେ ହୋର ପର୍ବତରେ ଆରୋହଣ କଲେ, ପୁଣି, ଇସ୍ରାଏଲ-ସନ୍ତାନଗଣ ମିସରରୁ ବାହାର ହୋଇ ଆସିବାର ଚାଳିଶତମ ବର୍ଷର ପଞ୍ଚମ ମାସର ପ୍ରଥମ ଦିନରେ ସେହି ସ୍ଥାନରେ ମଲେ।
39ଆଉ ହୋର ପର୍ବତରେ ମରିବା ସମୟରେ ହାରୋଣଙ୍କର ବୟସ ଏକ ଶହ ତେଇଶ ବର୍ଷ ଥିଲା।
40ଏଥିଉତ୍ତାରେ କିଣାନର ଦକ୍ଷିଣ ପ୍ରଦେଶ ନିବାସୀ କିଣାନୀୟ ଅରାଦର ରାଜା ଇସ୍ରାଏଲ-ସନ୍ତାନଗଣର ଆଗମନ ସମ୍ବାଦ ଶୁଣିଲେ।
41ଆଉ ସେମାନେ ହୋର ପର୍ବତରୁ ଯାତ୍ରା କରି ସଲ୍ମୋନାରେ ଛାଉଣି ସ୍ଥାପନ କଲେ,
42ଓ ସେମାନେ ସଲ୍ମୋନାରୁ ଯାତ୍ରା କରି ପୂନୋନରେ ଛାଉଣି ସ୍ଥାପନ କଲେ,