ଗଣନା ପୁସ୍ତକ 33

ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।

Numbers 33:48 (UKJV) And they departed from the mountains of Abarim, and pitched in the plains of Moab by Jordan near Jericho.

46ଓ ସେମାନେ ଦୀବୋନ୍‍-ଗାଦ୍‍ରୁ ଯାତ୍ରା କରି ଅଲମୋନ-ଦିବ୍‍ଲାଥୟିମରେ ଛାଉଣି ସ୍ଥାପନ କଲେ।

47ତହୁଁ ସେମାନେ ଅଲମୋନ-ଦିବ୍‍ଲାଥୟିମରୁ ଯାତ୍ରା କରି ନବୋ-ସମ୍ମୁଖସ୍ଥିତ ଅବାରୀମ୍ ପର୍ବତରେ ଛାଉଣି ସ୍ଥାପନ କଲେ।

48ପୁଣି, ସେମାନେ ଅବାରୀମ୍ ପର୍ବତରୁ ଯାତ୍ରା କରି ଯିରୀହୋ ସମ୍ମୁଖସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ଛାଉଣି ସ୍ଥାପନ କଲେ।

49ଆଉ ସେଠାରେ ଯର୍ଦ୍ଦନ ନିକଟସ୍ଥ ବେଥ୍-ଯିଶିମୋତଠାରୁ ଆବେଲ୍-ଶିଟୀମ ପର୍ଯ୍ୟନ୍ତ ମୋୟାବ-ପଦାରେ ଛାଉଣି ସ୍ଥାପନ କରି ରହିଲେ।

50ଏଥିଉତ୍ତାରେ ଯିରୀହୋସ୍ଥିତ ଯର୍ଦ୍ଦନ ନିକଟବର୍ତ୍ତୀ ମୋୟାବ-ପଦାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.