ଗଣନା ପୁସ୍ତକ 33

ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।

Numbers 33:5 (UKJV) And the children of Israel removed from Rameses, and pitched in Succoth.

3ପ୍ରଥମ ମାସର ପଞ୍ଚଦଶ ଦିନରେ ସେମାନେ ରାମିଷେଷ୍‍ଠାରୁ ଯାତ୍ରା କଲେ;

4ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।

5ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍‍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।

6ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।

7ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍‍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.