51“ଇସ୍ରାଏଲ-ସନ୍ତାନଗଣଙ୍କୁ କୁହ, ତୁମ୍ଭେମାନେ ଯର୍ଦ୍ଦନ ପାର ହୋଇ କିଣାନ ଦେଶରେ ଉପସ୍ଥିତ ହେଲେ,
52ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀ ସମସ୍ତଙ୍କୁ ତଡ଼ି ବାହାର କରିଦେବ ଓ ସେମାନଙ୍କର ସମସ୍ତ ମୂର୍ତ୍ତିବିଶିଷ୍ଟ ପାଷାଣ ଭାଙ୍ଗି ପକାଇବ ଓ ସେମାନଙ୍କର ଛାଞ୍ଚ-ଢଳା ପ୍ରତିମାସବୁ ବିନଷ୍ଟ କରିବ ଓ ସେମାନଙ୍କର ଉଚ୍ଚସ୍ଥଳୀସବୁ ଉଚ୍ଛିନ୍ନ କରିବ।
53ପୁଣି, ତୁମ୍ଭେମାନେ ସେହି ଦେଶ ଅଧିକାର କରି ତହିଁ ମଧ୍ୟରେ ବାସ କରିବ; କାରଣ ଆମ୍ଭେ ତୁମ୍ଭମାନଙ୍କୁ ଅଧିକାରାର୍ଥେ ସେହି ଦେଶ ଦେଇଅଛୁ।
54ଆଉ ତୁମ୍ଭେମାନେ ଗୁଲିବାଣ୍ଟ ଦ୍ୱାରା ଆପଣା ଆପଣା ବଂଶାନୁସାରେ ଦେଶାଧିକାର ବିଭାଗ କରି ନେବ; ତୁମ୍ଭେମାନେ ଅଧିକ ଲୋକଙ୍କୁ ଅଧିକ ବାଣ୍ଟ ଓ ଅଳ୍ପ ଲୋକଙ୍କୁ ଅଳ୍ପ ବାଣ୍ଟ ଦେବ; ଯାହାର ବାଣ୍ଟ ଯେଉଁ ସ୍ଥାନରେ ପଡ଼ିବ, ତାହାର ବାଣ୍ଟ ସେହି ସ୍ଥାନରେ ହେବ; ଏହିରୂପେ ତୁମ୍ଭେମାନେ ଆପଣା ଆପଣା ପିତୃବଂଶାନୁସାରେ ଅଧିକାର କରିବ।
55ମାତ୍ର ଯଦି ତୁମ୍ଭେମାନେ ଆପଣାମାନଙ୍କ ସମ୍ମୁଖରୁ ସେହି ଦେଶ ନିବାସୀମାନଙ୍କୁ ତଡ଼ି ବାହାର କରି ନ ଦେବ, ତେବେ ତୁମ୍ଭେମାନେ ସେମାନଙ୍କ ମଧ୍ୟରୁ ଯେଉଁମାନଙ୍କୁ ଅବଶିଷ୍ଟ ରଖିବ, ସେମାନେ ତୁମ୍ଭମାନଙ୍କ ଚକ୍ଷୁରେ କଣ୍ଟା ସ୍ୱରୂପ ଓ ତୁମ୍ଭମାନଙ୍କ ପାର୍ଶ୍ଵରେ କଣ୍ଟକ ସ୍ୱରୂପ ହେବେ, ଆଉ ସେମାନେ ତୁମ୍ଭମାନଙ୍କ ସେହି ନିବାସ ଦେଶରେ ତୁମ୍ଭମାନଙ୍କୁ କ୍ଳେଶ ଦେବେ।