4ନିସ୍ତାର ପର୍ବର ପରଦିନ ପ୍ରାତଃକାଳରେ ମିସରୀୟମାନେ ସଦାପ୍ରଭୁଙ୍କ ଦ୍ୱାରା ସଂହାରିତ ପ୍ରଥମଜାତ ସମସ୍ତଙ୍କୁ କବର ଦେଉଥିବା ସମୟରେ ଇସ୍ରାଏଲ-ସନ୍ତାନଗଣ ମିସରୀୟ ସମସ୍ତ ଲୋକଙ୍କ ସାକ୍ଷାତରେ ଊର୍ଦ୍ଧ୍ୱ ହସ୍ତରେ ବାହାରିଲେ; ସଦାପ୍ରଭୁ ସେମାନଙ୍କ ଦେବଗଣକୁ ମଧ୍ୟ ଦଣ୍ଡ ଦେଇଥିଲେ।
5ଇସ୍ରାଏଲ-ସନ୍ତାନଗଣ ରାମିଷେଷ୍ଠାରୁ ଯାତ୍ରା କରି ସୁକ୍କୋତରେ ଛାଉଣି ସ୍ଥାପନ କଲେ।
6ପୁଣି, ସେମାନେ ସୁକ୍କୋତରୁ ଯାତ୍ରା କରି ପ୍ରାନ୍ତରର ସୀମାସ୍ଥିତ ଏଥମରେ ଛାଉଣି ସ୍ଥାପନ କଲେ।
7ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
8ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।