7ତହୁଁ ସେମାନେ ଏଥମରୁ ଯାତ୍ରା କରି ବାଲ-ସଫୋନର ସମ୍ମୁଖସ୍ଥିତ ପୀହହୀରୋତକୁ ଫେରି ଆସିଲେ ଓ ମିଗ୍ଦୋଲର ପୂର୍ବ ଦିଗରେ ଛାଉଣି ସ୍ଥାପନ କଲେ।
8ଏଉତ୍ତାରେ ସେମାନେ ପୀହହୀରୋତର ସମ୍ମୁଖରୁ ଯାତ୍ରା କରି ସମୁଦ୍ର ମଧ୍ୟଦେଇ ପ୍ରାନ୍ତରରେ ପ୍ରବେଶ କଲେ ଓ ଏଥମ ପ୍ରାନ୍ତରରେ ତିନି ଦିନର ପଥ ଯାଇ ମାରାରେ ଛାଉଣି ସ୍ଥାପନ କଲେ।
9ପୁଣି, ମାରାରୁ ଯାତ୍ରା କରି ଏଲୀମରେ ଉପସ୍ଥିତ ହେଲେ; ସେହି ଏଲୀମରେ ଜଳର ବାର ନିର୍ଝର ଓ ସତୁରି ଖର୍ଜ୍ଜୁର ବୃକ୍ଷ ଥିଲା; ଏଣୁ ସେମାନେ ସେହି ସ୍ଥାନରେ ଛାଉଣି ସ୍ଥାପନ କଲେ।
10ତହୁଁ ସେମାନେ ଏଲୀମରୁ ଯାତ୍ରା କରି ସୂଫ ସାଗର ନିକଟରେ ଛାଉଣି ସ୍ଥାପନ କଲେ।
11ପୁଣି, ସେମାନେ ସୂଫ ସାଗର ନିକଟରୁ ଯାତ୍ରା କରି ସୀନ୍ ପ୍ରାନ୍ତରରେ ଛାଉଣି ସ୍ଥାପନ କଲେ।