ଗଣନା ପୁସ୍ତକ 34

ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନ୍‍ଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।

Numbers 34:10 (UKJV) And all of you shall point out your east border from Hazarenan to Shepham:

8ହୋର ପର୍ବତଠାରୁ ତୁମ୍ଭେମାନେ ହମାତର ପ୍ରବେଶ ସ୍ଥାନ ପର୍ଯ୍ୟନ୍ତ ଚିହ୍ନିତ କରିବ; ପୁଣି, ସେଠାରୁ ସେହି ସୀମା ସଦାଦ୍‍ ନିକଟରେ ଶେଷ ହେବ।

9ପୁଣି, ସେହି ସୀମା ସିଫ୍ରୋଣ ପର୍ଯ୍ୟନ୍ତ ଯିବ ଓ ହତ୍‍ସର-ଐନନ୍‍ରେ ତହିଁର ଶେଷ ହେବ; ଏହା ତୁମ୍ଭମାନଙ୍କର ଉତ୍ତର ସୀମା ହେବ।

10ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍‍ସର-ଐନନ୍‍ଠାରୁ ଶଫାମ୍‍ ପର୍ଯ୍ୟନ୍ତ ଚିହ୍ନିତ କରିବ।

11ତହୁଁ ସେହି ସୀମା ଶଫାମ୍‍ଠାରୁ ଐନ୍‍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍‍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।

12ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”

Indian Revised Version (IRV) Odia, © 2017, 2019, 2021 Bridge Connectivity Solutions Pvt. Ltd. Licensed CC BY-SA 4.0.