10ଆଉ ତୁମ୍ଭେମାନେ ଆପଣାମାନଙ୍କ ପୂର୍ବ ସୀମା ହତ୍ସର-ଐନନ୍ଠାରୁ ଶଫାମ୍ ପର୍ଯ୍ୟନ୍ତ ଚିହ୍ନିତ କରିବ।
11ତହୁଁ ସେହି ସୀମା ଶଫାମ୍ଠାରୁ ଐନ୍ର ପୂର୍ବଦିଗ ହୋଇ ରିବ୍ଲା ପର୍ଯ୍ୟନ୍ତ ତଳକୁ ଯିବ; ତହିଁ ଉତ୍ତାରେ ସେହି ସୀମା ଆହୁରି ତଳକୁ ଯାଇ କିନ୍ନେରତ୍ ହ୍ରଦର ପୂର୍ବ ପାର୍ଶ୍ୱ ଦେଇ ଯିବ।
12ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
13ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
14କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;