12ପୁଣି, ସେହି ସୀମା ଯର୍ଦ୍ଦନ ଦେଇ ଯିବ ଓ ଲବଣ ସମୁଦ୍ର ନିକଟରେ ତହିଁର ଶେଷ ହେବ; ଏହି ଚତୁଃସୀମାନୁସାରେ ତୁମ୍ଭମାନଙ୍କର ଦେଶ ହେବ।’”
13ପୁନଶ୍ଚ, ମୋଶା ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦେଇ କହିଲେ, “ସଦାପ୍ରଭୁ ନଅ ବଂଶ ଓ ଅର୍ଦ୍ଧ ବଂଶକୁ ଯେଉଁ ଦେଶ ଦେବା ପାଇଁ ଆଜ୍ଞା ଦେଇଅଛନ୍ତି ଓ ତୁମ୍ଭେମାନେ ଯାହା ଗୁଲିବାଣ୍ଟ ଦ୍ୱାରା ଅଧିକାର କରିବ, ସେହି ଦେଶ ଏହି।
14କାରଣ ରୁବେନ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ଗାଦ୍-ସନ୍ତାନଗଣଙ୍କର ବଂଶ ଆପଣା ଆପଣା ପିତୃଗୃହ ଅନୁସାରେ ଓ ମନଃଶିର ଅର୍ଦ୍ଧ ବଂଶ ଆପଣା ଆପଣା ଅଧିକାର ପାଇଅଛନ୍ତି;
15ଏହି ଦୁଇ ବଂଶ ଓ ଅର୍ଦ୍ଧ ବଂଶ ଯିରୀହୋ ନିକଟସ୍ଥ ଯର୍ଦ୍ଦନର ପୂର୍ବପାରିରେ ସୂର୍ଯ୍ୟୋଦୟ ଦିଗରେ ଆପଣା ଆପଣା ଅଧିକାର ପାଇଅଛନ୍ତି।”
16ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,