1ଏଥିଉତ୍ତାରେ ସଦାପ୍ରଭୁ ମୋଶାଙ୍କୁ କହିଲେ,
2“ଇସ୍ରାଏଲ-ସନ୍ତାନଗଣଙ୍କୁ ଆଜ୍ଞା ଦିଅ ଓ ସେମାନଙ୍କୁ କୁହ, ‘ଯେଉଁ କିଣାନ ଦେଶ, ତହିଁର ଚତୁଃସୀମାନୁସାରେ ତୁମ୍ଭମାନଙ୍କ ଅଧିକାରରେ ପଡ଼ିବ, ତୁମ୍ଭେମାନେ ସେହି କିଣାନ ଦେଶରେ ଉପସ୍ଥିତ ହେଲେ,
3ତୁମ୍ଭମାନଙ୍କ ଦକ୍ଷିଣ ଅଞ୍ଚଳ ଇଦୋମ ନିକଟସ୍ଥିତ ସୀନ୍ ପ୍ରାନ୍ତରଠାରୁ ହେବ ଓ ପୂର୍ବ ଦିଗରେ ଲବଣ ସମୁଦ୍ରର ପ୍ରାନ୍ତଠାରୁ ତୁମ୍ଭମାନଙ୍କର ଦକ୍ଷିଣ ସୀମା ହେବ।
4ପୁଣି, ତୁମ୍ଭମାନଙ୍କର ସୀମା ଦକ୍ଷିଣ ଦିଗରୁ ଫେରି ଅକ୍ରବ୍ବୀମ ଘାଟ ଦେଇ ସୀନ୍ ପର୍ଯ୍ୟନ୍ତ ଯିବ ଓ ସେଠାରୁ କାଦେଶ-ବର୍ଣ୍ଣେୟର ଦକ୍ଷିଣ ଦେଇ ହତ୍ସର-ଅଦରକୁ ଆସି ଅସ୍ମୋନ ପର୍ଯ୍ୟନ୍ତ ଯିବ।
5ଏଉତ୍ତାରେ ସେହି ସୀମା ଅସ୍ମୋନରୁ ମିସରର ନଦୀ ପର୍ଯ୍ୟନ୍ତ ବୁଲି ଆସିବ ଓ ସେହି ସୀମା ମହାସମୁଦ୍ର ନିକଟରେ ଶେଷ ହେବ।